Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:7-19

Help us?
Click on verse(s) to share them!
7ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
8ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
9ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।
10ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।
12ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
13ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
14ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
15ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
16କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
17ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
18ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।
19ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:7-19ଗୀତସଂହିତା 51:7-19