Text copied!
Bibles in Odia

ଗୀତସଂହିତା 51:9-16 in Odia

Help us?

ଗୀତସଂହିତା 51:9-16 in ଓଡିଆ ବାଇବେଲ

9 ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।
10 ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
13 ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
14 ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
15 ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
ଗୀତସଂହିତା 51 in ଓଡିଆ ବାଇବେଲ