1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?
2ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
3ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। ସେଲା
4ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
5ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। ସେଲା
6ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,