Text copied!
Bibles in Odia

ଗୀତସଂହିତା 52:2-7 in Odia

Help us?

ଗୀତସଂହିତା 52:2-7 in ଓଡିଆ ବାଇବେଲ

2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। ସେଲା
4 ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। ସେଲା
6 ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
7 ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।
ଗୀତସଂହିତା 52 in ଓଡିଆ ବାଇବେଲ