7ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।
8ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
9ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।