Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 54

ଗୀତସଂହିତା 54:1-7

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।
2ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’ ମୁଖର କଥାରେ କର୍ଣ୍ଣପାତ କର।
3କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। ସେଲା
4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି।
5ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।
6ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।
7ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।

Read ଗୀତସଂହିତା 54ଗୀତସଂହିତା 54
Compare ଗୀତସଂହିତା 54:1-7ଗୀତସଂହିତା 54:1-7