3କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। ସେଲା
4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି।
5ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।