Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 55

ଗୀତସଂହିତା 55:1-9

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ହେ ପରମେଶ୍ୱର, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋ’ ବିନତିରୁ ଆପଣାକୁ ଲୁଚାଅ ନାହିଁ।
2ମୋ’ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
3କାରଣ ସେମାନେ ମୋ’ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।
4ମୋ’ ଅନ୍ତରରେ ମୋ’ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋ’ ଉପରେ ମୃତ୍ୟୁୁର ତ୍ରାସ ପଡ଼ିଅଛି।
5ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6ଯଦି କପୋତ ପରି ମୋହର ପକ୍ଷ ଥା’ନ୍ତା ! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
7ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। ସେଲା
8ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।
9ହେ ପ୍ରଭୁ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।

Read ଗୀତସଂହିତା 55ଗୀତସଂହିତା 55
Compare ଗୀତସଂହିତା 55:1-9ଗୀତସଂହିତା 55:1-9