Text copied!
Bibles in Odia

ଗୀତସଂହିତା 55:11-17 in Odia

Help us?

ଗୀତସଂହିତା 55:11-17 in ଓଡିଆ ବାଇବେଲ

11 ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ’ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13 ମାତ୍ର ମୋ’ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
14 ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
15 ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।
ଗୀତସଂହିତା 55 in ଓଡିଆ ବାଇବେଲ