16ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।
18ସେ ମୋ’ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋ’ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋ’ ସଙ୍ଗେ ବିରୋଧକାରୀ ଅନେକ ଥିଲେ।
19ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।
20ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
21ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।