Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 55

ଗୀତସଂହିତା 55:19-22

Help us?
Click on verse(s) to share them!
19ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।
20ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
21ତାହାର ମୁଖ ଲବଣୀ ତୁଲ୍ୟ ଚିକ୍‍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।
22ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।

Read ଗୀତସଂହିତା 55ଗୀତସଂହିତା 55
Compare ଗୀତସଂହିତା 55:19-22ଗୀତସଂହିତା 55:19-22