20ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
21ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।
22ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
23ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।