6ଯଦି କପୋତ ପରି ମୋହର ପକ୍ଷ ଥା’ନ୍ତା ! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
7ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। ସେଲା
8ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।
9ହେ ପ୍ରଭୁ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।
10ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି।
11ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
12କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ’ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13ମାତ୍ର ମୋ’ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
14ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
15ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।
18ସେ ମୋ’ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋ’ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋ’ ସଙ୍ଗେ ବିରୋଧକାରୀ ଅନେକ ଥିଲେ।
19ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।