Text copied!
Bibles in Odia

ଗୀତସଂହିତା 55:9-14 in Odia

Help us?

ଗୀତସଂହିତା 55:9-14 in ଓଡିଆ ବାଇବେଲ

9 ହେ ପ୍ରଭୁ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।
10 ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି।
11 ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ’ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13 ମାତ୍ର ମୋ’ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
14 ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
ଗୀତସଂହିତା 55 in ଓଡିଆ ବାଇବେଲ