Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 56

ଗୀତସଂହିତା 56:7-13

Help us?
Click on verse(s) to share them!
7ସେମାନେ କ’ଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
8ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?
9ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ’ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।
10ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
11ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କ’ଣ କରି ପାରିବ ?
12ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
13କାରଣ ତୁମ୍ଭେ ମୃତ୍ୟୁୁରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କ’ଣ ପତନରୁ ମୋ’ ଚରଣକୁ ଉଦ୍ଧାର କରିବ ନାହିଁ ?

Read ଗୀତସଂହିତା 56ଗୀତସଂହିତା 56
Compare ଗୀତସଂହିତା 56:7-13ଗୀତସଂହିତା 56:7-13