7ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
8ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
9ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।