3ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
4ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
8ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।