Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 58

ଗୀତସଂହିତା 58:5-10

Help us?
Click on verse(s) to share them!
5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
8ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।
9ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
10ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।

Read ଗୀତସଂହିତା 58ଗୀତସଂହିତା 58
Compare ଗୀତସଂହିତା 58:5-10ଗୀତସଂହିତା 58:5-10