Text copied!
Bibles in Odia

ଗୀତସଂହିତା 58:5-10 in Odia

Help us?

ଗୀତସଂହିତା 58:5-10 in ଓଡିଆ ବାଇବେଲ

5 ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
7 ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
8 ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।
9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
ଗୀତସଂହିତା 58 in ଓଡିଆ ବାଇବେଲ