5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।