9ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
10ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
11ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।