11ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
12ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
13ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା
14ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।