Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:8-12

Help us?
Click on verse(s) to share them!
8ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
9ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
10ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
11ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
12ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:8-12ଗୀତସଂହିତା 59:8-12