Text copied!
Bibles in Odia

ଗୀତସଂହିତା 59:8-12 in Odia

Help us?

ଗୀତସଂହିତା 59:8-12 in ଓଡିଆ ବାଇବେଲ

8 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
9 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
ଗୀତସଂହିତା 59 in ଓଡିଆ ବାଇବେଲ