Text copied!
Bibles in Odia

ଗୀତସଂହିତା 5:1-8 in Odia

Help us?

ଗୀତସଂହିତା 5:1-8 in ଓଡିଆ ବାଇବେଲ

1 ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।
2 ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।
5 ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।
6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
8 ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର।
ଗୀତସଂହିତା 5 in ଓଡିଆ ବାଇବେଲ