Text copied!
Bibles in Odia

ଗୀତସଂହିତା 5:5-10 in Odia

Help us?

ଗୀତସଂହିତା 5:5-10 in ଓଡିଆ ବାଇବେଲ

5 ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।
6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
8 ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର।
9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।
ଗୀତସଂହିତା 5 in ଓଡିଆ ବାଇବେଲ