7ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
8ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର।
9କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
10ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।
11ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।
12ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।