3ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
4ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। ସେଲା
5ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।