Text copied!
Bibles in Odia

ଗୀତସଂହିତା 60:4-8 in Odia

Help us?

ଗୀତସଂହିତା 60:4-8 in ଓଡିଆ ବାଇବେଲ

4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। ସେଲା
5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା।
7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର।
ଗୀତସଂହିତା 60 in ଓଡିଆ ବାଇବେଲ