Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 60

ଗୀତସଂହିତା 60:7-12

Help us?
Click on verse(s) to share them!
7ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
8ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର।
9କିଏ ମୋତେ ଦୃଢ଼ ନଗରକୁ ଆଣିବ ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ ?”
10ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
11ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
12ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

Read ଗୀତସଂହିତା 60ଗୀତସଂହିତା 60
Compare ଗୀତସଂହିତା 60:7-12ଗୀତସଂହିତା 60:7-12