2ମୋ’ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
3କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
4ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
5କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।