3ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ?
4ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା
5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।