Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 62

ଗୀତସଂହିତା 62:3-8

Help us?
Click on verse(s) to share them!
3ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ?
4ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା
5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
7ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା

Read ଗୀତସଂହିତା 62ଗୀତସଂହିତା 62
Compare ଗୀତସଂହିତା 62:3-8ଗୀତସଂହିତା 62:3-8