Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 62

ଗୀତସଂହିତା 62:5-12

Help us?
Click on verse(s) to share them!
5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
7ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
9ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
10ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
11ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
12ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।

Read ଗୀତସଂହିତା 62ଗୀତସଂହିତା 62
Compare ଗୀତସଂହିତା 62:5-12ଗୀତସଂହିତା 62:5-12