2ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
4ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।