Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 63

ଗୀତସଂହିତା 63:3-10

Help us?
Click on verse(s) to share them!
3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
4ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
6ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
7କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
8ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
9ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।
10ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।

Read ଗୀତସଂହିତା 63ଗୀତସଂହିତା 63
Compare ଗୀତସଂହିତା 63:3-10ଗୀତସଂହିତା 63:3-10