5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
6ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
7କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
8ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।