Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 64

ଗୀତସଂହିତା 64:1-5

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର।
2କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
3ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
4ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
5ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ ?”

Read ଗୀତସଂହିତା 64ଗୀତସଂହିତା 64
Compare ଗୀତସଂହିତା 64:1-5ଗୀତସଂହିତା 64:1-5