5ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ ?”
6ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
7ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍ ଆହତ ହେବେ।
8ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
9ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।