5ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।
6ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
7ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।
8ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ।
9ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
10ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
11ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।
12ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
13ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।