Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 66

ଗୀତସଂହିତା 66:3-16

Help us?
Click on verse(s) to share them!
3ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”
4ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।
5ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
6ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
7ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। ସେଲା
8ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
9ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
10କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
11ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
12ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
13ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
14ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
15ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା
16ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।

Read ଗୀତସଂହିତା 66ଗୀତସଂହିତା 66
Compare ଗୀତସଂହିତା 66:3-16ଗୀତସଂହିତା 66:3-16