Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 66

ଗୀତସଂହିତା 66:6-18

Help us?
Click on verse(s) to share them!
6ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
7ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। ସେଲା
8ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
9ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
10କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
11ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
12ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
13ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
14ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
15ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା
16ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
17ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
18ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ;

Read ଗୀତସଂହିତା 66ଗୀତସଂହିତା 66
Compare ଗୀତସଂହିତା 66:6-18ଗୀତସଂହିତା 66:6-18