Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 66

ଗୀତସଂହିତା 66:7-20

Help us?
Click on verse(s) to share them!
7ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। ସେଲା
8ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
9ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
10କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
11ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
12ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
13ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
14ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
15ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା
16ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
17ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
18ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ;
19ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
20ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି।

Read ଗୀତସଂହିତା 66ଗୀତସଂହିତା 66
Compare ଗୀତସଂହିତା 66:7-20ଗୀତସଂହିତା 66:7-20