Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:16-28

Help us?
Click on verse(s) to share them!
16ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
17ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।
18ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
19ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। ସେଲା
20ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
21ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।
22ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;
23ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”
24ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍‍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି।
25ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ।
26ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
27କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।
28ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:16-28ଗୀତସଂହିତା 68:16-28