2ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।
3ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।
4ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।