Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:26-34

Help us?
Click on verse(s) to share them!
26ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
27କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।
28ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।
29ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ।
30ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।
31ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
32ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ସେଲା
33ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।
34ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:26-34ଗୀତସଂହିତା 68:26-34