Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:6-21

Help us?
Click on verse(s) to share them!
6ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।
7ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, ସେଲା
8ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।
9ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
10ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।
11ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।
12ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।
13ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ ?
14ସଲମୋନ୍‍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
15ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; ବାଶନର ପର୍ବତ ଏକ ଉଚ୍ଚ ପର୍ବତ।
16ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
17ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।
18ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
19ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। ସେଲା
20ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
21ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:6-21ଗୀତସଂହିତା 68:6-21