9ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
10ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।
11ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।
12ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।
13ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ ?
14ସଲମୋନ୍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
15ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; ବାଶନର ପର୍ବତ ଏକ ଉଚ୍ଚ ପର୍ବତ।
16ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।