13ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
14ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
15ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ।
16ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର।