Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:14-26

Help us?
Click on verse(s) to share them!
14ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
15ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ।
16ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର।
17ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
18ମୋ’ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋ’ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
19ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
20ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
21ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
22ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
23ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
24ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
25ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
26କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:14-26ଗୀତସଂହିତା 69:14-26